ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୨୩କୁ ବୃଦ୍ଧି

0
351

ଭୁବନେଶ୍ୱର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ରାଜ୍ୟରେ ଆଉ ୨ଜଣ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହେବାପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ଜଣେ କପିଳ ପ୍ରସାଦ ହାଉସିଂ ବୋର୍ଡ ଅଞ୍ଚଳର ଏବଂ ଅନ୍ୟଜଣେ ବମିଖାଲ ଅଞ୍ଚଳର ବୋଲି ଜଣାପଡ଼ିଛି । ଶନିବାର ସୁଦ୍ଧା ଏହି ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଥିଲା । ତେବେ କପିଳ ପ୍ରସାଦ ଅଞ୍ଚଳର ଆକ୍ରାନ୍ତ ବ୍ୟକ୍ତିଙ୍କ ବୟସ ୭୦ ବର୍ଷ ଏବଂ ସେ ଅଷ୍ଟ୍ରେଲିଆରୁ ଫେରି ହୋମ୍ କ୍ୱାରେଣ୍ଟାଇନ୍ରେ ଥିଲେ । ବମିଖାଲ ଅଞ୍ଚଳର ଆକ୍ରାନ୍ତଙ୍କ ବୟସ ୨୯ ବର୍ଷ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟର ମାଧ୍ୟମରେ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here