ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ କୁ ପୂର୍ବତନ କଲେଜ ଅଧ୍ୟକ୍ଷ ଙ୍କ ସହାୟତା

0
365

ଭଞ୍ଜନଗର(ନ୍ୟୁଜଏକ୍ସଟ୍ରା/ନିଲୁ ବିଶୋଇ):କୋରନା ମୁକାବିଲା କୁ ନେଇ ସରକାରଙ୍କ ପକ୍ଷରୁ ସାରା ଦେଶରେ ଲକ୍ ଡାଉନ ଘୋଷଣା କରାଯାଇଛି। ଜନସାଧାରଣ ମଧ୍ୟ ସଚେତନ ହୋଇ ସରକାର ଙ୍କୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ଫଳରେ ଏଭଳି ପରିସ୍ଥିତି ରେ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କୁ ସାହାଯ୍ୟ କରିବାକୁ ଯାଇ ଦେଶର ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବହୁ ବଦାନ୍ୟ ବ୍ୟକ୍ତି, ଶିଳ୍ପ ସଂସ୍ଥା, ସରକାରୀ କର୍ମଚାରୀ ଓ ବିଭିନ୍ନ ସଂଘଠନ ସହାୟତାର ହାତ ବଢ଼ାଇ ଚାଲିଛନ୍ତି। ଏହି କର୍ମ ରେ ଆଜି ବି.ଡ଼ି ପୁର କଲେଜର ପୂର୍ବତନ ଅଧ୍ୟକ୍ଷ ଡ଼ା. କୁମ୍ବପାଣି ସାମନ୍ତ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡ କୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି। ଏହି ଅର୍ଥ ରାଶି କୁ ଡ୍ରାଫାଟ ମାଧ୍ୟମରେ ସେ ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଙ୍କ ଜରିଆରେ ପ୍ରଦାନ କରିଛନ୍ତି।

LEAVE A REPLY

Please enter your comment!
Please enter your name here