ସାମ୍ୱାଦିକଙ୍କ କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ୍ୟ; ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0
398

ଭୁବନେଶ୍ୱର:କରୋନା ଯୋଗୁ ସାରା ବିଶ୍ୱରେ ଏକ ବିରାଟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଛି । ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏଭଳି କଠିନ ପରିସ୍ଥିତିରେ ମଧ୍ୟ ସାମ୍ବାଦିକମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି ।
ତେଣୁ କାର୍ଯ୍ୟରତ ସାମ୍ବାଦିକମାନେ ଯଦି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରନ୍ତି, ତେବେ ସେ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଥାଉକି, ପୂୂର୍ବରୁୁ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ସରକାରଙ୍କ ଦ୍ବାରା ନିୟୋଜିତ ବ୍ୟକ୍ତିବିଶେଷଙ୍କ ପାଇଁ ଘୋଷଣା ବୀମା ରାଶି ଘୋଷଣା କରିଥିଲେ ସରକାର।

LEAVE A REPLY

Please enter your comment!
Please enter your name here