ଗଞ୍ଜାମରୁ ଆଉ ଜଣେ କରୋନା ପଜିଟିଭ; ରାଜ୍ୟରେ ମୋଟ ସଂକ୍ରମିତ ୧୭୭

0
413

ଭୁବନେଶ୍ବର(ନ୍ୟୁଜଏକ୍ସଟ୍ରା ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏହା ସହ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି ଏବଂ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ଏହି ନୂଆ ପଜିଟିଭ୍ ଚିହ୍ନଟ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର। ଏହା ସହିତ ଏହି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ଏହି ନୂଆ ପିଜିଟିଭ୍‌ଙ୍କ ସଂପର୍କରେ ଅଧିକ ସୂଚନା ମିଳିପାରି ନାହିଁ। ଅନ୍ୟପକ୍ଷରେ ଜିଲ୍ଲାର ୪ ଜଣ ଯାକ କରୋନା ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି।ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ୍ ୧୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୫ ଜଣ ଚିକିତ୍ସାଧୀନ ରହିଛନ୍ତି। ୬୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦ୍ୱିତୀୟ ମୃତ୍ୟୁ ଘଟଣା ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ସେ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here