ରାଜ୍ୟରେ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

0
328

ଭୁବନେଶ୍ବର(ନ୍ୟୁଜଏକ୍ସଟ୍ରା ବ୍ୟୁରୋ): କ୍ରମାଗତ ଭାବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୨ ଏବଂ କେନ୍ଦ୍ରାପଡାରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଗଞ୍ଜାମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here