ଓଡ଼ିଶାରେ ଆଉ ୫୮ କରୋନା ପଜିଟିଭ ଚିହ୍ନଟ;ମୋଟ ଆକ୍ରାନ୍ତ ସଂଖ୍ୟା ୩୫୨

0
398

ଭୁବନେଶ୍ୱର:କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଚାଲିଛି । ରାଜ୍ୟରେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ ଟପିଲା।ପ୍ରଥମ ଥର ପାଇଁ ଅନୁଗୁଳରୁ ଚିହ୍ନଟ ହୋଇଛନ୍ତି କରୋନା ଆକ୍ରାନ୍ତ। ଅନୁଗୁଳରେ ଏକାବେଳକେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୦ରେ ପହଞ୍ଚିଛି। ସେହିଭଳି ବାଲେଶ୍ୱରରେ ୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମରେ ୨୯ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ମୟୁରଭଞ୍ଜରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଁଞ୍ଚିଛି। ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି। ୨୮୧ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

LEAVE A REPLY

Please enter your comment!
Please enter your name here