୯୬ଜଣ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯

0
346

ଭୁବନେଶ୍ୱର:ରାଜ୍ୟରେ ଆଜି ପୁଣି ୯୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରର।

୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳ ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭଦ୍ରକ, ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଦେବଗଡ଼ରୁ ୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୫ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ସେହିପରି ଢେଙ୍କାନଳରୁ ୨ଜଣ, ନୟାଗଡ଼, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here