ସଡକ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର।

0
380

ଗଞ୍ଜାମ(ନ୍ୟୁଜଏକ୍ସଟ୍ରା ବ୍ୟୁରୋ):୫ନମ୍ବର ଜାତୀୟ ରାଜପଥର ଭେଜିପୁଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମର ଦୁଇ ଭଉଣୀ ରାସ୍ତା ପାର ହେଉଥିବା ବେଳେ ବିପରୀତ ପଟୁ ଦ୍ରୁତ ଗତିରେ ଆସୁଥିବା ମାଲବାହୀ ଟ୍ରକ ସହ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ବଡ଼ ଭଉଣୀଙ୍କର ମୃତ୍ୟୁ ହୋଇଥିବା ବେଳେ ସନଭଉଣୀ ଗୁରୁତର ଆହତ ହୋଇଛନ୍ତି। ଭେଜିପୁଟ ଫାଣ୍ଡି ସମ୍ମୁଖରେ ଦୁର୍ଘଟଣା ଘଟିଥିବା ବେଳେ ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ଜବତ ହୋଇଛି। ଭେଜିପୁଟ ଫାଣ୍ଡି ପୋଲିସ ଗୁରୁତର ଯୁବତୀଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରିଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି। ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ଯୋଗୁଁ ଜାତୀୟ ରାଜପଥରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି।

LEAVE A REPLY

Please enter your comment!
Please enter your name here