୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା, ଘୋଷଣା କଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର

0
345

ଭୁବନେଶ୍ୱର:ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ରାଜ୍ୟରେ ପ୍ରବଳ ଖରା ପରେ ପାଗରେ ପରିବର୍ତ୍ତନ । ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ, ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଘୂର୍ଣ୍ଣିଝଡ଼ ଓ ବର୍ଷା ସହିତ ବଜ୍ରପାତର ଆଶଙ୍କା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here