ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ

0
501

ଭୁବନେଶ୍ୱର:ରାଜ୍ୟରେ ଆଜି ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୩୨୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୮୦ ଆକ୍ରାନ୍ତଙ୍କ ମଧ୍ୟରେ ପୁରୀରୁ ୧୭, କେନ୍ଦ୍ରାପଡ଼ାରୁ ୧୭, ମାଲକାନଗିରିରୁ ୧୬, କଟକରୁ ୭, ନୟାଗଡ଼ରୁ ୩, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୩, କେନ୍ଦୁଝର ଓ ଝାରସୁଗୁଡ଼ାରୁ ୩ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ , ବଲାଙ୍ଗୀର, ଜଗତସିଂହପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here