ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାସିକ ଦରମା ଦାନ

0
410

ଭଞ୍ଜନଗର(ନିଲୁ ବିଶୋଇ): କୋରନା ମୁକାବିଲା କୁ ନେଇ ସରକାରଙ୍କ ପକ୍ଷରୁ ସାରା ଦେଶରେ ଲକ୍ ଡାଉନ ଘୋଷଣା କରାଯାଇଛି। ଜନସାଧାରଣ ମଧ୍ୟ ସଚେତନ ହୋଇ ସରକାର ଙ୍କୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ଫଳରେ ଏଭଳି ପରିସ୍ଥିତି ରେ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କୁ ସାହାଯ୍ୟ କରିବାକୁ ଯାଇ ଦେଶର ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବହୁ ବଦାନ୍ୟ ବ୍ୟକ୍ତି, ଶିଳ୍ପ ସଂସ୍ଥା, ସରକାରୀ କର୍ମଚାରୀ ଓ ବିଭିନ୍ନ ସଂଘଠନ ସହାୟତାର ହାତ ବଢ଼ାଇ ଚାଲିଛନ୍ତି। ଏହି ମହତ କାଯ୍ୟରେ ଭଞ୍ଜନଗର ଧୁମୁଛାଇ ସ୍ଥିତ ପାଟୁଳି ସାହି ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ଉଶାରାଣୀ ପାଠୀ ନିଜର ଏକମାସ ର ଦରମା (୩୦୦୦୦)ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ କୁ ପ୍ରଦାନ କରିଛନ୍ତି। ଉକ୍ତ ଅର୍ଥରାଶି ର ଚେକ ପ୍ରଦାନ ସମୟରେ ତାଙ୍କ ସ୍ୱାମୀ ସୁଶାନ୍ତ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ। ଶିକ୍ଷୟତ୍ରୀ ଙ୍କ ଏଭଳି ମହାନ କାଯ୍ୟକୁ ଅଂଚଳବାସୀ ପ୍ରଶଂସା କରିବା ସହ ସାଧୁବାଦ ଜଣାଇଛନ୍ତି

LEAVE A REPLY

Please enter your comment!
Please enter your name here