ରାଜ୍ୟରେ ଆଜି ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ମୋଟ ଆକ୍ରାନ୍ତ ୩୨୫୦

0
391

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଥିବା ବେଳେ ୧୩ ଜଣ ଲୋକାଲର ବୋଲି ଜଣାପଡ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଟ୍ୱିଟରେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୧୧୦ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୩୩ ଜଣ, ରାୟଗଡା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here