ରାଜ୍ୟରେ ଆଜିଠାରୁ ବର୍ଷା ଆରମ୍ଭ

0
334

ଭୁବନେଶ୍ୱର(ନ୍ୟୁଜଏକ୍ସଟ୍ରା):ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି । ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ଆରମ୍ଭ ହୋଇଯିବ । ବେଶି ବର୍ଷା ଦକ୍ଷିଣ ଓଡ଼ିଶାରେ ହେବ। ଏନେଇ ୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ସହ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲା ଗୁଡିକ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଓ କଳାହାଣ୍ଡି ।ଏହା ସହିତ ଅନ୍ୟ ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହି ୩ ଜିଲ୍ଲା ହେଉଛି- କୋରାପୁଟ, ମାଲକାନଗିରି ଓ ରାୟଗଡ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here