ସୁସ୍ଥ ହେଲେ ଆଉ ୭୨ କରୋନା ଆକ୍ରାନ୍ତ

0
336

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୩୫୪ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୭୨ ଜଣଙ୍କ ମଧ୍ୟରୁ ଗଂଜାମରୁ ୧୭, ସୋନପୁରରୁ ୯, ବଲାଙ୍ଗୀରରୁ ୭, ଜଗତସିଂହପୁରରୁ ୬, କଟକ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, ବାଲେଶ୍ୱର ଓ ମୟୁରଭଞ୍ଜରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, କନ୍ଧମାଳ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ ଏବଂ ଝାରସୁଗୁଡ଼ାରୁ ଜଣେ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here