ଜୁନ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ ଡାଉନ ଘୋଷଣା କଲେ ଜିଲ୍ଲାପାଳ

0
377

ଗଞ୍ଜାମ(ନ୍ୟୁଜଏକ୍ସଟ୍ରା ବ୍ୟୁରୋ)ଆଜିଠାରୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଲକଡାଉନ ରହିବ। ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଏକ ସାମ୍ବାଦିକ ସମ୍ମିଳନୀ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍‌ଡାଉନ୍‌ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନ ଖୋଲା ରହିବ। କିନ୍ତୁ ୩୦ ତାରିଖ ପର୍ଯ୍ୟନ୍ତ ବସ୍, କାର ଓ ଅଟୋ ଚଳାଚଳ କରିବ ନାହିଁ। ତେଣୁ ଦିନ ୧୨ଟା ପରେ କେହି ଘରୁ ନ ବାହାରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ଏହାଛଡା ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଜିଲ୍ଲାରେ ଶନି ଓ ରିବବାର ଶଟ୍‌ଡାଉନ୍‌ ନିୟମ ଜାରି ରହିବ। ସେହିପରି ରାତି ୭ରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ।

LEAVE A REPLY

Please enter your comment!
Please enter your name here