ରାଜ୍ୟରେ ଆଉ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ

0
314

ଭୁବନେଶ୍ୱର:ରାଜ୍ୟରେ ଆଜି ଆଉ ୧୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ ସଂଘରୋଧ କେନ୍ଦ୍ରରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୪ ହଜାର ୮୫୬କୁ ବୃଦ୍ଧି ପାଇଛି ।

ଚିହ୍ନଟ ନୂଆ ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଦା ଜିଲ୍ଲାରୁ ୨୭ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ନବରଙ୍ଗପୁର ଜିଲ୍ଲାରେ: ୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୫ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୫୭ ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here