ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ

0
449

ଭୁବନେଶ୍ୱର:ରାଜ୍ୟରେ ଆଜି ୪୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬ ଓ କେନ୍ଦୁଝରରୁ ୫ଜଣ , ସୁନ୍ଦରଗଡ ଓ କଟକରୁ ୪ଜଣ ଲେଖାଏଁ ଏବଂ ଭଦ୍ରକ ଓ ନୟାଗଡରୁ ୩ଜଣ ଲେଖାଏଁ, ବରଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୩୪ରେ ପହଞ୍ଚିଛି। ଏ ନେଇ ଆଜି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here