ଆଜି ପୁଣି ୪୬୯ କରୋନା ଆକ୍ରାନ୍ତ ଚିହ୍ନଟ

0
319

ଭୁବନେଶ୍ୱର:ରାଜ୍ୟରେ ଆଜି ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି

ଏହି ନୂଆ କେସ୍‌ ମଧ୍ୟରେ ସବୁଠୁ ଅଧିକ ଅଛନ୍ତି ଗଞ୍ଜାମ ଜିଲ୍ଲାରେ। ଏହି ଜିଲ୍ଲାରୁ ୧୧୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮, ଭଦ୍ରକରୁ ୧୬, ବଲାଙ୍ଗିରରୁ ୩, ଗଜପତିରୁ ୧୨, ଯାଜପୁରରୁ ୨୫, କଳାହାଣ୍ଡିରୁ ୨, କନ୍ଧମାଳରୁ ଜଣେଳ କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୨୫, ଖୋର୍ଦ୍ଧାରୁ ୨୭, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୬, ନବରଙ୍ଗପୁରର ୨, ନୟାଗଡ଼ରୁ ୨୪, ପୁରୀରୁ ୮, ସମ୍ବଲପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୬୬ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here