ବେଗୁନିଆପଡା(ଭଞ୍ଜ କିଶୋର ମହାରଣା) ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଚନ୍ଦନପୁର ପଞ୍ଚାୟତ ସମିତି ସଭ୍ୟ ସୁବଳ କୁମାର ସାହୁଙ୍କ (52) ଅକାଳ ବିୟୋଗ ଘଟିଛି। ଶ୍ରୀ ସାହୁଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଥିବାରୁ ସେ ପ୍ରଥମେ ବ୍ରହ୍ମପୁର ଏମକେସିଜି ଏବଂ ପରେ ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲ ଠାରେ ଚିକିତ୍ସିତ ହେଉଥିବାବେଳେ ଗତ ରାତ୍ରରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ l ସେ ଅତ୍ଯନ୍ତ ଭଦ୍ର, ନମ୍ର ଓ ନିଷ୍ଠାବାନ ବ୍ଯକ୍ତିତ୍ବ ଭାବେ ବେଶ୍ ପରିଚିତ ଥିଲେ। ତାଙ୍କ ମୃତ୍ୟୁରେ ଅଂଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ବହୁ ରାଜନୈତିକ କର୍ମୀ ଶୋକାଵ୍ୟକ୍ତ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି l ମୃତ ସାହୁଙ୍କ ସ୍ତ୍ରୀ ସମେତ ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି l