ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

0
342

ଭୁବନେଶ୍ୱର:ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପ୍ରଦୀପ ମହାରଥୀ।ଚିକିତ୍ସିତ ହେଉଥିବା ପ୍ରଦୀପଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ୬୫ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପ୍ରଦୀପ ମହାରଥୀ।

ପ୍ରଦୀପ ମହାରଥୀ ୧୯୫୫ ମସିହା ଜୁଲାଇ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ପ୍ରତିଭା ମହାରଥୀଙ୍କୁ ବିବାହ କରିଥିଲେ । ତାଙ୍କର ପୁଅ ରୁଦ୍ର ପ୍ରତାପ ମହାରଥୀ ଏବଂ ଝିଅ ପଲ୍ଲବୀ । ପ୍ରଦୀପ ମହରଥୀଙ୍କ ରାଜନୈତିକ କ୍ୟାରିୟର ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରୁ ହିଁ ଆରମ୍ଭ ହୋଇଥିଲା । ସେ ୧୯୮୫ ମସିହାରେ ପ୍ରଥମ ଥର ପାଇଁ ବିଧାନସଭା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପ୍ରଥମେ ସେ ଜନତା ପାର୍ଟି ଟିକେଟରେ ବିଜୟୀ ହୋଇଥିବା ବେଳେ ୧୯୯୦ ମସିହାରେ ଜନତା ଦଳ ଟିକେଟରେ ନିର୍ବାଚନ ଲଢ଼ି ଜିତିଥିଲେ । ସେହିପରି ବିଜୁ ଜନତା ଦଳ ଟିକେଟରେ ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ। ପ୍ରଦୀପ ମହାରଥୀ ବହୁତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ ।

LEAVE A REPLY

Please enter your comment!
Please enter your name here