ଖଣ୍ଡୁରୁ ପାଞ୍ଚାୟତରେ କରୋନା ସଚେତନତା

0
297

ପୋଲସରା(ଅନିଲ କୁମାର ମହାରଣା) ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ପାଞ୍ଚାୟତର ଖଣ୍ଡୁରୁ ଗ୍ରାମରେ ବିଜୁ ଜନତା ଦଳ ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ ଅକ୍ଟୋବର ୯ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ଅକ୍ଟୋବର ୨ ତାରିଖରୁ ଏକମାସ ଧରି ସାରା ରାଜ୍ୟରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ପରିପ୍ରେକ୍ଷୀରେ ସ୍ଥାନୀୟ ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ୱରେ ଖଣ୍ଡୁରୁ ପାଞ୍ଚାୟତରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଧାୟକ ବିଭିନ୍ନ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧାଇ କରୋନା ସଂକ୍ରମଣ ନେଇ ସଚେତନ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ସମ୍ପାଦକ ଅଶୋକ କୁମାର ବିଷୋୟୀ, ଜିଲ୍ଲା ପରିଷଦ ସଦସ୍ୟ ଜଗନ୍ନାଥ ବେହେରା, ଖଣ୍ଡୁରୁ ସରପଞ୍ଚ ରଞ୍ଜିତ ବାରିକଙ୍କ ସମେତ ବହୁ ଦଳୀୟ କର୍ମୀ ଓ ସମର୍ଥକ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କୁ ମହିଳାମାନେ ବନ୍ଦାପନା କରିଥିବା ଦେଖିବାକୁ ମିଳିଥିଲା।

LEAVE A REPLY

Please enter your comment!
Please enter your name here