ଗଜପତି ଜିଲ୍ଲା ରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ହାଇଦ୍ରାବାଦ ଦମ୍ପତି

0
268

ପାରଳାଖେମୁଣ୍ଡି (ବସନ୍ତ କୁମାର ପଣ୍ଡା) ଗଜପତି ଜିଲ୍ଲାର ଗତ କାଲି ବୁଧବାର ଦିନ ହାଇଦ୍ରାବାଦର ଏକ ଦମ୍ପତି ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 20 ତମ ଶିଶୁକୁ ଭାରପ୍ରାପ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପୋଷ୍ୟ ସନ୍ତାନ ଭାବେ ସୁଦୂର ହାଇଦ୍ରାବାଦର ଗୋଟିଏ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି । ଏହି ଲକ୍ଢ଼ାଉନ୍ ଏବଂ ସଟଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମରେ ରଖାଯିବା ସହ ସେମାନଙ୍କର ପୋଷ୍ୟତା ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତୀ ମୂହୁର୍ତ୍ତରେ ଶିଶୁଟିକୁ ଗଜପତି ଶିଶୁ ମଙ୍ଗଳ ସମିତି, ଆଇନତଃ ମୁକ୍ତ ଘୋଷଣା କରିଥିଲେ । ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବେ ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇଦିଆଯାଇଥିଲା ।

ପରବର୍ତ୍ତୀ ମୂହୁର୍ତ୍ତରେ ମାସ ମାସ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତି ମାନଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ । ଉପରୋକ୍ତ ଦମ୍ପତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା କାଗଜପତ୍ର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପ୍ରସ୍ତୁତ କରିଥିଲେ । ପରବର୍ତ୍ତୀ ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଭାରପ୍ରାପ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ହାଇଦ୍ରାବାଦର ଦମ୍ପତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା ।

ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here