ଝାରସୁଗୁଡ଼ା ଜିଲ୍ଲାପାଳ ନିଲମ୍ବିତ

0
722

ଭୁବନେଶ୍ୱର,୧୪/୦୮(ନ୍ୟୁଜଏକ୍ସଟ୍ରା ବ୍ୟୁରୋ):ଆଜି ରାଜ୍ୟ ସରକାର ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଅନୁସାରେ ନିଲମ୍ବନ କରିଛନ୍ତି। ଏଥିସହିତ ଏଡିଏମ୍ ପ୍ରଦୀପ ସାହୁଙ୍କୁ ଝାରସୁଗୁଡ଼ାର ଜିଲ୍ଲାପାଳ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏ ଝାରସୁଗୁଡ଼ାର ଜିଲ୍ଲାପାଳ ଭାବେ ଏଡିଏମ୍ ପ୍ରଦୀପ ସାହୁ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଓ ଜଷ୍ଟିସ୍ କେ. ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଦ୍ୱାରା ଝାରସୁଗୁଡ଼ା ଜିଲ୍ଲାପାଳ ନିଲମ୍ବିତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here