ସହାୟତା ରାଶି ବଣ୍ଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

0
264

ପୋଲସରା(ଅନିଲ କୁମାର ମହାରଣା) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଳକ, ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଫେବୃଆରୀ ୨୦ ତାରିଖ ଦିନ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ ଓ ଦୁଇ ଗୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଜନସାଧାରଣଙ୍କ ସହ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ। ଜକର ଗ୍ରାମ ପଞ୍ଚାୟତ କାର୍ଯ୍ଯାଳୟ ପରିସରରେ ପାଞ୍ଚାୟତ ନିର୍ବାହୀ ଅଧିକାରୀ ଗୌରାଙ୍ଗ ଦଳାଇଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ପୋଲସରା ବିଧାୟକ ଶ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ୧୨ ଗୋଟି ପରିବାରରକୁ ହରିଶ୍ଚନ୍ଦ୍ର ଯୋଜନାରେ ଦୁଇ ହଜାର ଟଙ୍କା ଲେଖାଁଏ ସହାୟତା ରାଶି ପ୍ରଦାନ କରିଥିଲେ। ଏଥିସହ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଗୃହ ନିର୍ମାଣ ପାଇଁ ଓ ନଦୀ ସାହିରେ ସିସି ରୋଡ଼ ନିର୍ମାଣ ପାଇଁ ଭିତିପ୍ରସ୍ଥର ସ୍ଥାପନ କରିଥିଲେ। ଏହାପରେ ଲୋକଙ୍କ ସହ ବିଭିନ୍ନ ସମସ୍ୟା ନେଇ ବିଧାୟକ ଶ୍ରୀ ସାହୁ ଆଲୋଚନା କରିଥିଲେ। ସରପଞ୍ଚ ଶଙ୍କର ସେଠୀ, ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର ପ୍ରଧାନ, ଚିତ୍ରସେନ ଜେନା, ପୂର୍ବତନ ସରପଞ୍ଚ ଶିବରାମ ମହାନ୍ତି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଭାନେତ୍ରୀ ବନିତା ମହାନ୍ତିଙ୍କ ସମେତ ବହୁ ଜନସାଧାରଣ ଏହି କାର୍ଯ୍ୟ କ୍ରମରେ ଅଂଶ ଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here