ଘରପୋଡି କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ବିଧାୟକ ଶ୍ରୀକାନ୍ତ ସାହୁ

0
272

ପୋଲସରା(ଅନିଲ କୁମାର ମହାରଣା ) ପୋଲସରା ବ୍ଲକର ଡେଙ୍ଗାରୀ ଗ୍ରାମାରେ ଅଗ୍ନିକାଣ୍ଡ ଘଟି ୬ ବଖରା ଘର ପୋଡିଯାଇଥିବା ବେଳେ ଫେବୃୟାରୀ ୦୩ ତାରିଖ ଦିନ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ଥଙ୍କୁ ଭେଟିଥିଲେ। ବିଧାୟକ ଶ୍ରୀ ସାହୁ କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟି କ୍ଷୟକ୍ଷତି ବିଷୟରେ ବୁଝିବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଥିବା ବେଳେ କ୍ଷତିଗ୍ରସ୍ତଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି।

LEAVE A REPLY

Please enter your comment!
Please enter your name here