କୋଦଳା ସହରାଞ୍ଚଳ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୮୦ କାର୍ଯ୍ୟାଦେଶ ବଣ୍ଟନ l

0
678

ବେଗୁନିଆପଡା ୧୭/୦୮ (ନ୍ୟୁଜଏକ୍ସ ଟ୍ରା ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କୋଦଳା ବିଜ୍ଞାପିତ ଅଂଚଳ ପରିଷଦରେ ଗୃହ ନିର୍ମାଣ ପାଇଁ ସ୍ଥାନୀୟ ଏନ ଏ ସି କାର୍ଯ୍ୟାଳୟ ପରିସରରେ ଶନିବାର ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

କୋଦଳା ଏନ ଏ ସି ନିର୍ବାହୀ ଅଧିକାରୀ ସୁଜିତ କୁମାର ଚୌଧୁରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଆସିକା ସାଂସଦ ପ୍ରମିଳା ବିଷୋୟୀ, ଏବଂ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଏନ ଏ ସିର ୧୩ଟି ୱାର୍ଡର ୮୦ହିତାଧିକାରୀଙ୍କୁ ୨ଲକ୍ଷ ଟଙ୍କାରେ ର୍ନିମାଣ ହେବାକୁ ଥିବା ସହରାଞ୍ଚଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଏହାସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ଶୀଘ୍ର ଘର ତିଆରି କରିବାକୁ ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ ସଭ୍ୟ ପ୍ରଫୁଲ ତିଆଡ଼ି, କୋଦଳା ନଗର ବିଜେଡି ସଭାପତି ସଂଜୀବ କୁମାର ସାହୁ, ସମ୍ପାଦକ ଗୋପାଳ କୃଷ୍ଣ ସାହୁ ସମେତ ଜନସାଧାରଣ ଯୋଗ ଦେଇଥିଲେ l

LEAVE A REPLY

Please enter your comment!
Please enter your name here