ଯୋଗୀମାରି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ

0
306

ଭଞ୍ଜନଗର (ନ୍ୟୁଜଏକ୍ସଟ୍ରା) ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଯୋଗୀମାରି ପ୍ରାଥମିକ ବିଦ୍ୟାଳୟରେ ବୁଧବାର ପୋଷାକ ବଣ୍ଟନ ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସତ୍ୟଭାମା ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟି ପୂର୍ବତନ ସଭାପତି ଗୁପ୍ତେସ୍ୱର ପ୍ରଧାନ ମୁଖ୍ୟ ଅତିଥି ଯୋଗଦେଇ ବିଦ୍ୟାଳୟର ୭୬ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ସହ ଜୋତା ଓ ମୋଜା ପ୍ରଦାନ କରିଥିଲେ । ଏଥିରେ ବିଦ୍ୟାଳୟ ଶିକ୍ଷକ ଗୌରହରି ପ୍ରଧାନଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତି ଥିଲେ।

ରିପୋର୍ଟ ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here