ମା’ ପାଟ୍ଟଖଣ୍ଡା ଙ୍କ କୃଷି ଭିତ୍ତିକ ପର୍ବ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ

0
298

ବାଲିଗୁଡା(ନ୍ୟୁଜ ଏକ୍ସଟ୍ରା) କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିରେ ପାରମ୍ପରିକ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ପଶ୍ଚିମ ଓଡ଼ିଶାରେ ହେଉଥିବା ଗଣପର୍ବ ନୂଆଖାଇ ଭଳି ବାଲିଗୁଡ଼ା ଉପଖଣ୍ଡ ଅଞ୍ଚଳରେ ଦୀର୍ଘ ହଜାରେ ବର୍ଷ ରୁ ଉର୍ଦ୍ଧ୍ବ ହେବ ଏହି କାନ୍ଦୁଲ୍ ଭଜା ଯାତ୍ରା ପୀଢ଼ି ପରେ ପୀଢ଼ି ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଆ ପାଟ୍ଟଖଣ୍ଡା ଓ ବରାଳ ଦେଵୀ ପୀଠରେ ହୋଇଆସୁଛି l ଏହା ମଧ୍ୟ ଗଣ ପର୍ବ ଭାବରେ ବିଦିତ l ପରମ୍ପରା ଅନୁଯାୟୀ କାନ୍ଦୁଲ ଓ ଶିମ୍ବ ମଞ୍ଜି କୁ ଭାଜି ଲିଆ ଉଖୁଡା ନଡିଆ ଭୋଗ ସହିତ ବଣୁଆ ପଳାସ ଫୁଲ ଧାଧୁନ ଫୁଲ କୁ ପୂଜାର୍ଚ୍ଚନା କରି ମାଆ ଙ୍କୁ ଅର୍ପଣ କରାଯାଏ l ନୂଆ ବସ୍ତ୍ର ପରିଧାନ କରି ଭକ୍ତ ଓ ଶ୍ରଦ୍ଧାଳୁ ମାନେ ଏହି ପୂଜା ପରେ ଘରେ ସମସ୍ତେ ମିଳିମଶି ପ୍ରସାଦ ସେବନ କରନ୍ତି l ମାନସିକ ଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନେ ପୀଠ ରେ କୁକୁଡ଼ା ବୋଦା ମଧ୍ୟ ବଳୀ ଦିଅନ୍ତି l ଏହା ଏକ କୃଷଭିତ୍ତିକ ପର୍ବ ଅଟେ l ପୂର୍ବରୁ ମାଆ ପାଟଖଣ୍ଡା ଙ୍କୁ ଆଦିବାସୀ ମାନେ ପୁଜା କରୁଥିଲେ କାଳକ୍ରମେ ପାଇକ ଖଣ୍ଡାୟତ ଓ କ୍ଷତ୍ରିୟ ବଂଶ ଧର ପୂଜାର୍ଚ୍ଚନା କରି ଆସୁଛନ୍ତି l

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here