ବୁଗୁଡ଼ାରେ ପୋଷାକ ବଣ୍ଟନ ମେଳା

0
326

ବୁଗୁଡା(ନ୍ୟୁଜଏକ୍ସଟ୍ରା) ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ଏକ ନମ୍ବର ୱାର୍ଡ଼ ଅନ୍ତର୍ଗତ ଗୋଲାମୁଣ୍ଡୁଳା ପ୍ରାଥମିକ ବିଦ୍ୟାଳୟରେ ମାର୍ଚ୍ଚ ୧୮ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ।
ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି କବିରାଜ ଗୌଡ଼, ମୋ ସ୍କୁଲ ସଭାପତି ସନ୍ତୋଷ କୁମାର ଗୌଡ଼, ଓ ସିଆରସିସି ଦିଲ୍ଲୀପ କୁମାର ଖଡଙ୍ଗା ଯୋଗଦେଇଥିଲେ। ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ଅତିଥି ଓ ଅଭିଭାବକ ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷୟିତ୍ରୀ ମଧୁସ୍ମିତା ପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ମୋ ସ୍କୁଲ ପାଣ୍ଠିକୁ ଅଭିଭାବକ ବୃନ୍ଦ ଦୁଇ ହଜାର ଟଙ୍କା ପ୍ରଦାନ କରିଥିଲେ।

LEAVE A REPLY

Please enter your comment!
Please enter your name here