ନିର୍ବାଚନର ପୂର୍ବରୁ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

0
354

ଭୁବନେଶ୍ୱର: ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ। ଏନେଇ ଆପୋଲୋ ହସ୍ପିଟାଲ ଅଧୀକ୍ଷକ ସୂଚନା ପ୍ରଦାନ କରିଛନ୍ତି। ଅଜିତ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ବାଇକ ରାଲି ବେଳେ ସେ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସୂଚନାନୁସାରେ, ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା ।
କଂଗ୍ରେସ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ବିଭିନ୍ନମହଲରୁ ଶୋକ ପ୍ରକାଶ କରିବା ସହ ନିର୍ବାଚନକୁ ନେଇ ଚିନ୍ତା ବଢିଯାଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here