ବାଲିପଦରରେ ପୋଷାକ ବଣ୍ଟନ ମେଳା

0
351

ବୁଗୁଡା(ନ୍ୟୁଜଏକ୍ସଟ୍ରା) ବୁଗୁଡା ବ୍ଲକର ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପ୍ରିଲ ୧୫ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ପୂର୍ଣ୍ଣ ଚନ୍ଦ୍ର ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ କରି ମେଳାକୁ ଉଦଘାଟନ କରିଥିଲେ। ଏହି ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ବିତୀକୃଷ୍ଣ ବିଶ୍ୱାଳ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମୋ ସ୍କୁଲ ସଭାପତି ଇଂ ଲକ୍ଷ୍ମୀ ପ୍ରସାଦ ନାୟକ, ଏବଂ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସମିତି ସଭ୍ୟ ମହେନ୍ଦ୍ର ପ୍ରସାଦ ପଣ୍ଡା ଓ ଏସଏମସି ସଭାପତି ରଙ୍କନିଧି ପୋଲାଇ ଯୋଗ ଦେଇଥିଲେ। ଅତିଥି ବୃନ୍ଦଙ୍କ ଦ୍ଵାରା ବିଦ୍ୟାଳୟର ଛାତ୍ରଛାତ୍ରୀମାନକୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା। ସହକାରୀ ଶିକ୍ଷୟିତ୍ରୀ ତେଜସ୍ବନୀ ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ଶଙ୍କର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ। ପରିଚାଳନା କମିଟି ସଭ୍ୟ ସଭ୍ୟା ଓ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

ରିପୋର୍ଟ :ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here