ଦୁଇ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ

0
229

ବୁଗୁଡା (ନ୍ୟୁଜଏକ୍ସଟ୍ରା) ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୃତ୍ୟୁ ବରଣ କରିଥିବା ଦୁଇ ବ୍ୟକ୍ତିଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ପାଣିରେ ବୁଡି ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆ ଯାଇଥିବା ଚାରି ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି। ବୁଗୁଡା ବ୍ଲକ ଅନ୍ତର୍ଗତ ପାଣିକେଶ୍ୱର ଗ୍ରାମର ଖଦାଳ ବିଷୋୟୀ ପାଣିରେ ବୁଡ଼ି ମୃତ୍ୟୁ ବରଣ କରିଥିବା ବେଳେ ମଇ ୦୪ ତାରିଖ ଦିନ ଭଗବାନପୁର ସରପଞ୍ଚଙ୍କ ପ୍ରତିନିଧି ସୁଶାନ୍ତ କୁମାର ପ୍ରଧାନ ଓ ଅନ୍ୟ ଭଦ୍ରବ୍ୟକ୍ତିଙ୍କ ସହ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ୪ ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ପୋଲସରା ବ୍ଲକ ଅନ୍ତର୍ଗତ ନିମିନା ଗ୍ରାମର ସୁଧାଂଶୁ ସାହୁଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ବେଳେ ମଇ ୦୩ ତାରିଖ ଦିନ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ରାଜନୈତିକ ଭେଦଭାବ ଭୁଲି ଯେକୌଣସି ବ୍ୟକ୍ତି ଯଦି ଦୁର୍ଘଟଣାରେ ବା କୌଣସି କାରଣରୁ ଅକାଳ ମୃତ୍ୟୁ ଘଟେ ସେହି ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆବଶ୍ୟକ ସ୍ଥଳେ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ବିଧାୟକ ଶ୍ରୀ ସାହୁଙ୍କ ଏହି ପ୍ରକାର ଗୁଣ ପାଇଁ ବୁଦ୍ଧିଜୀବୀ ବୃନ୍ଦଙ୍କ ପ୍ରଶଂସାର ପାତ୍ର ହୋଇପାରିଛନ୍ତି।

ରିପୋର୍ଟ :ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here