ତୁଳସୀପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ, ଯୁବକ ଗୁରୁତର

0
368

ଖଲ୍ଲିକୋଟ (ନ୍ୟୁଜଏକ୍ସଟ୍ରା) : ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ କରାଯାଇଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଗୁରୁତର ଆହତ ଯୁବକ ଜଣକ ତୁଳସୀପୁର ଗ୍ରାମର ହଜାରୀ ପାହାନ ବୋଲି ଜଣାପଡ଼ିଛି । ଆଜି ସକାଳ ୯ ଟା ସମୟରେ ତୁଳସୀପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକ ହଜାରୀ ପାହାନଙ୍କୁ ଏକ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଲହୁ ଲୁହାଣ କରିଦେଇଥିବା ସୂଚନା ମିଳିଛି । ହଜାରୀ ଙ୍କ ହାତ, ଗୋଡ଼ ରେ ଆଘାତ ଲାଗିଛି ।ଗୁରୁତର ଅବସ୍ଥାରେ ହଜାରୀଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲା । ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ହଜାରୀଙ୍କୁ ବ୍ରହ୍ମପୁର ଏମକେସିଜି କୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଛି । ତେବେ ଏହି ଘଟଣା ସଂମ୍ପର୍କରେ ଖଲ୍ଲିକୋଟ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନା ଅଧିକାରୀ ସତ୍ୟରଂଜନ ପ୍ରଧାନ ସୂଚନା ଦେଇଛନ୍ତି ।

ରିପୋର୍ଟ – ପ୍ରଦୀପ୍ତ କୁମାର ସାହୁ

LEAVE A REPLY

Please enter your comment!
Please enter your name here