ମାନ୍ୟବର ମୁଖ୍ୟମନ୍ତ୍ରୀ ଦ୍ଵାରା ଭାର୍ଚୁଆଲ ମାଧ୍ୟ୍ୟମରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

0
240

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କରକୋମଳରେ ଭର୍ଚୁଆଲ ମୋଡରେ ମେଡିକାଲ ଅକ୍ସିଜେନ (ଏଲ ଏମ୍ ଓ ୬କେଜି) ସଂରକ୍ଷଣ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇ ଥିଲା। ଏହି ଅବସରରେ ଓଡ଼ିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଯୁକ୍ତନବୀନ ପଟ୍ଟନାୟକଙ୍କ ଏହି ଭର୍ଚୁଆଲ ଭିତ୍ତିପ୍ରସ୍ତର ଶୁଭ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେପାରଳାଖେମୁଣ୍ଡି ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉପସ୍ଥିତ ମାନ୍ୟଗଣ୍ୟ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍- ୧୯କୁ ନେଇ ବହୁ ଚିନ୍ତିତ ଅଛନ୍ତି l କରନା ଭଳି ମହାମାରୀ ରୋଗରେ ଅକ୍ସିଜେନର ଅଭାବ କୁ ଦୁର କରିବା ପାଇଁ ମୂଖ୍ୟମନ୍ତ୍ରୀଏହି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରି ଥିବାରୁ ସେ କୃତଜ୍ଞତା ଜ୍ଞାପନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ମୋହନା ବିଧାୟକ ଦାଶରଥି ଗୋମାଙ୍ଗ ଗଜପତି ଜଲ୍ଲାପାଳ ଅନୁପମ ଶାହା, ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ଅଧିକାରୀପ୍ରଦୀପ ପାତ୍ର ଓଜିଲ୍ଲା ପରିଷଦ ଅଧ୍ୟକ୍ଷା ଅନିତା ରାଣୀ ବେହେରା ପ୍ରମୁଖ ମଞ୍ଚାସିନ ରହି ଥିଲେ ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ବିକାଶ ସମିତି ଦ୍ବାରା ପରିଚାଳିତ ହୋଇଥିଲା l

ରିପୋର୍ଟ :ବସନ୍ତ କୁମାର ପଣ୍ଡା

LEAVE A REPLY

Please enter your comment!
Please enter your name here