କ୍ଷତ୍ରିୟବରପୁର ଉଚ୍ଚ ବିଦ୍ୟାଳୟରେ ୭୨ ତମ ବନ ମହୋତ୍ସବ

0
228

ବେଲଗୁଣ୍ଠା:୭୨ ତମ ମହୋତ୍ସବ ପାଳନ ଅବସରରେ ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର କ୍ଷତ୍ରିୟବରପୁର ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ କୁମର ବେହେରା ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ରୂପେ ଗାଙ୍ଗପୁର ବନପାଳ ଜି ଭେଙ୍କଟ ରାଓ ଦୋରା, ଏଫ୍ଏମୟୁ କୋର୍ଡିନେଟର ପ୍ରଶାନ୍ତ କୁମାର ସାହୁ, ସନ୍ତୋଷ କୁମାର ଡାକୁଆ, କାଳିଆମ୍ବା ବନପାଳ ଶରତ ମହାନ୍ତି, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ବସନ୍ତ କୁମାର ତ୍ରିପାଠି, ଶିକ୍ଷାବିତ୍ ପ୍ରତାପ ଚନ୍ଦ୍ର ଶତପଥୀ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିଥିଲେ I ସମସ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଫରେଷ୍ଟ ସ୍କ୍ଵାଡ୍ ଊତ୍ତମ ପ୍ରଧାନ ଏବଂ ଶିବରାମ ବିଷୋୟୀ ସହଯୋଗ କରିଥିଲେ I ଶ୍ୟାମଘନ୍ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶିକ୍ଷକ ଜୟରାମ ବିଶ୍ୱାଳ ଧନ୍ୟବାଦ ଜ୍ଞାପନ କରିଥିଲେ I

ରିପୋର୍ଟ-ଶିବରାମ ଚୌଧୁରୀ

LEAVE A REPLY

Please enter your comment!
Please enter your name here