ଖଣ୍ଡିଆନଇ ପଞ୍ଚାୟତରେ ମୋ ନିବେଦନ କାର୍ଯ୍ୟକ୍ରମ ଅନୁଷ୍ଠିତ

0
301

ବେଗୁନିଆପଡ଼ା:ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଖଣ୍ଡିଆନଇ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହାକୁ ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ପ୍ରଧାନ ଶୁଭାରମ୍ଭ କରିଥିଲେ । ପଞ୍ଚାୟତର ବିଭିନ୍ନ ଗ୍ରାମରେ ଉପୁଜିଥିବା ସମସ୍ୟାକୁ ଉପସ୍ଥାପନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ଗଞ୍ଜାମରେ ଆରମ୍ଭ ହୋଇଛି । ଗ୍ରାମବାସୀଙ୍କ ସମସ୍ୟାର ସମାଧାନ ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ସୁବିଧା ଆଉ ଅସୁବିଧା ବିଷୟରେ ଉପସ୍ଥିତ ବ୍ୟକ୍ତି ଜଣାଇଥିଲେ । ଏହି ଅବସରରେ ପିଇଓ ପ୍ରଦୀପ କୁମାର ଦାସଙ୍କ ସହ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ମାନେ ଉପସ୍ଥିତ ଥିଲେ ।

ରିପୋର୍ଟ :ଭଞ୍ଜ ମହାରଣା

LEAVE A REPLY

Please enter your comment!
Please enter your name here