କେଦାରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

0
343

ବ୍ରହ୍ମପୁର(ନ୍ୟୁଜଏକ୍ସଟ୍ରା):ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେଦାର ପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଧ୍ବଂସ ମୁଖରୁ ବଞ୍ଚିବା ପାଇଁ ବୃକ୍ଷ ରୋପଣ କରିବ…ତୃପ୍ତ ହୋଇ ଧରା ଜୀବନେ ଆମର ମହାସୁଖ ଭରିବ। ଏହି ବାର୍ତ୍ତା ନେଇ ଆଜି ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେଦାରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପୀନାଥ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଦିଗପହଣ୍ଡି ପଞ୍ଚାୟତ ସମିତି ଉପାଧ୍ୟକ୍ଷାଙ୍କ ପ୍ରତିନିଧି ଶ୍ରୀ ଏମ୍. ନିରଞ୍ଜନ ରେଡି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଦିଗପହଣ୍ଡି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ,ସ୍ଥାନୀୟ ଫରେଷ୍ଟ ରେଞ୍ଜର ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କରିବା ସହ ପରିବେଶକୁ ସବୁଜିମାରେ ଭରିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଅନୁରୋଧ କରିଥିଲେ।

ରିପୋର୍ଟ:ମନୋଜ କୁମାର ପାତ୍ର

LEAVE A REPLY

Please enter your comment!
Please enter your name here