ସୁମଣ୍ଡଳରେ ଟୀକା ନେବା ପାଇଁ ଭିଡ଼

0
280

ବେଗୁନିଆପଡ଼ା: ଗଂଜାମ ଜିଲ୍ଲା ସୁମଣ୍ଡଳ ସ୍ୱାସ୍ଥ୍ୟକେନ୍ଦ୍ରରେ ଟିକା ନେବା ପାଇଁ ଠେଲା ପେଲା ଦେଖିବାକୁ ମିଳିଛି । ଟିକା ପାଇଁ ଲୋକେ ସାମାଜିକ ଦୂରତାକୁ ଭୁଲି ଯାଇଛନ୍ତି । ସ୍ୱାସ୍ଥ୍ୟକେନ୍ଦ୍ରରେ ଶହ ଶହ ଲୋକ ସାମାଜିକ ଦୁରତାକୁ ଭୁଲିଯାଇ ଲମ୍ବା ଲାଇନରେ ଠିଆ ହୋଇ ରହିଥିଲେ । ଲୋକଙ୍କ ଠାରୁ ଟୀକା କମ ଥିବା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା । ଯାହା ଫଳରେ ପରସ୍ପର ମଧ୍ୟରେ ଠେଲାପେଲା ହେଉଥିବା ମଧ୍ୟ ଦେଖିବାକୁ ମିଳିଛି । ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଭିଡ ଲୋକଙ୍କୁ ସଚେତନ କରିବା ସହ ଆୟତ୍ତ କରିଥିଲେ ।

ରିପୋର୍ଟ :ଭଞ୍ଜ ମହାରଣା

LEAVE A REPLY

Please enter your comment!
Please enter your name here