ନବରଙ୍ଗପୁର ଜିଲ୍ଲାପାଳ ୧୭୨ ଟି ଗ୍ରାମକୁ ଆନୁଷ୍ଟାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କଲେ

0
355

ଡାବୁଗାଁ (ନ୍ୟୁଜ୍ ଏକ୍ସଟ୍ରା)ନବରଙ୍ଗପୁର ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାୟମ ରହିଛି । ପରମ୍ପରା ନାମରେ କିଶୋରୀ ବାଳିକା ମାନଙ୍କୁ ବିବାହ ବନ୍ଧନ ରେ ବାନ୍ଧିଦେଇ ଅକାଳରେ ମରଣ ମୁହଁ କୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ । ପରିପକ୍ଵ ବୟସ ପୂର୍ବରୁ ମାତୃତ୍ଵ ଲାଭକରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା । ତେବେ ଜିଲ୍ଲା ରେ ଏହି ଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ତପ୍ତରତା ପ୍ରକାଶ ପାଇଛି । ସମଗ୍ର ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହ ର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ଵେଷା ଅଭିଯାନ ।
ସମଗ୍ର ନବରଙ୍ଗପୁର ଜିଲ୍ଲାକୁ ୨୦୨୪ ମସିହା ସୁଧା ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ଶିଶୁ ସୁରକ୍ଷା ୟୁନିଟି , ୟୁନିସେଫ ଓ ଆକ୍ସନଏଡ ସଂସ୍ଥା ର ମିଳିତ ପ୍ରୟାସ ରେ ଏକ ଯୋଜନା ବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟବିବାହ କୁ ବନ୍ଦ କରାଯାଇବା ନିମନ୍ତେ ପ୍ରୟାସ ଜାରି ରହିଛି ।ବିଶେଷ କରି ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ , ସରପଞ୍ଚ ,ୱାର୍ଡମେମ୍ବର ,ସ୍ବଂସହାୟକ ଦଳ ମାନଙ୍କ ସହିତ ବାଲ୍ୟ ବିବାହ ର କୁପରିଣାମ ବୈଠକ , ବାଲ୍ୟବିବାହ ମୁକ୍ତ ଗ୍ରାମ ଗଠନ ଓ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ମାସର ସମସ୍ତ ଶନିବାର ଦିନ କିଶୋରୀ ମାନଙ୍କର ବୈଠକ କରାଯାଇ ନାବାଳିକା ବିବାହର କୁପରିଣାମ , ରକ୍ତ ହୀନତା ର ମୁକାବିଲା , ସନ୍ତୁଳିତ ଆହାର ଓ ଶିଶୁ ଅଧିକାର ଉପରେ ବ୍ୟାପକ ଭାବରେ ଆଲୋଚନା କରାଯିବା ସହିତ ଲୋହସାର ବଟିକା କୁ କିଶୋରୀ ମାନେ ସେବନ କରିବାକୁ ଦିଆଯାଉଛି ।ଏହାର ପ୍ରଭାବରେ ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ , ସରପଞ୍ଚ , ୱାର୍ଡମେମ୍ବର , ସ୍ବଂସହାୟକ ଦଳ ମାନେ ଜିଲ୍ଲାର ବିଭିନ୍ନ ଗ୍ରାମ ଗୁଡିକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିବା ପାଇଁ ଜିଲ୍ଲାପାଳଙ୍କୁ ସିଡିପିଓଙ୍କ ଜରିଆରେ ଆବେଦନ କରିବାପରେ , ଜିଲ୍ଲାପାଳ ଡଃ ମିଶ୍ର ଜିଲ୍ଲାର ମୋଟ ୧୭୨ ଟି ଗ୍ରାମକୁ ଆନୁଷ୍ଟାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରିଛନ୍ତି ।ସମଗ୍ର ନବରଙ୍ଗପୁର ଜିଲ୍ଲାରେ ଗତବର୍ଷ ନଭେମ୍ବର ମାସରେ ୫ଟି ଗ୍ରାମ ,ଚଳିତ ବର୍ଷ ଏପ୍ରିଲ ମାସରେ ୪୭ ଗ୍ରାମ , ମେ ମାସରେ ୩୬ ଗ୍ରାମ ଓ ଜୁଲାଇ ମାସରେ ୮୪ ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଅଦ୍ୟାବଧି ଘୋଷଣା କରାଯିଛି । ସେଥିମଧ୍ୟରୁ ପାପଡାହାଣ୍ଡି ବ୍ଲକ ରେ ୮୫ ଟି ,ଝରିଗ୍ରାମ ବ୍ଲକ ରେ ୧୫ ଟି , ନବରଙ୍ଗପୁର ବ୍ଲକ ରେ ୧୪ ଟି ,ନନ୍ଦହାଣ୍ଡି ବ୍ଲକରେ ୭ଟି , କୋଷାଗୁମୁଡା ବ୍ଲକରେ ୧୪ଟି ,ଓ ଡାବୁଗାଁ ବ୍ଲକ ରେ ୧୬ଟି ଓ ରାଇଘର ବ୍ଲକ ରେ ୨୧ଟି ଗ୍ରାମ ଅନ୍ତର୍ଭୁକ୍ତ ଅଟେ ।

ରିପୋର୍ଟ୍ -ଗଗନ ଗନ୍ତାୟତ

LEAVE A REPLY

Please enter your comment!
Please enter your name here