ବ୍ରହ୍ମପୁରର ଶିଳ୍ପୀ ଦିଲୀପ ଗଢିଲେ କାଠରେ ଶ୍ରୀମନ୍ଦିର ,ମୁଖ୍ୟମନ୍ତ୍ରୀଙ୍କୁ ଦେବାକୁ ଇଛା

0
322

ବ୍ରହ୍ମପୁର: ବ୍ରହ୍ମପୁର ସହରର ସାନ ରେଡ୍ଡିକା ସାହିର ଦିଲୀପ ମହାରଣା ବୟସ ୧୮ ବର୍ଷ। ପିତା ଭଗବାନ ମହାରଣା ଏବଂ ଶୁମାତା ଝୁନୁ ମହାରଣା ସେ ବର୍ତ୍ତମାନ ଖଲ୍ଲିକୋଟ କଲେଜରେ ଯୁକ୍ତତିନି ବାଣିଜ୍ୟର ପ୍ରଥମ ବର୍ଷର ଛାତ୍ର। ଦିଲୀପ ଚଳିତ ରଥଯାତ୍ରା ଅବସରରେ ପୁରୀ ଶ୍ରୀ ଜଗନ୍ନାଥଙ୍କ ଏକ କାଠରେ ତିଆରି 4 inch ମୂଳ ପୀଠ ସହ 5.6 ଇଞ୍ଚର, ଏକ ଜଗନ୍ନାଥଙ୍କର ଶ୍ରୀମନ୍ଦିର ନିର୍ମାଣ କରିଛନ୍ତି। ଏହି ମନ୍ଦିର ତିଆରି କରିବା ପାଇଁ ଦିଲୀପକୁ ପ୍ରାୟ ଏକ ମାସର ସମୟରୁ ଉର୍ଦ୍ଧ ସମୟ ଲାଗିଥିଲା। ଶ୍ରୀ ମନ୍ଦିରର ଭିତରେ ମେଘନାଦ ପାଚେରୀ ମୁଖ୍ୟ ମନ୍ଦିର ଜଗମୋହନ ଭୋଗ ମଣ୍ଡପ ତା ସହ ନୀଳଚକ୍ର ଏବଂ ପତିତ ପାବନ ବାନା। ମନ୍ଦିର ବେଢା ଭିତରେ ଭିତର ବେଢା ଛୋଟ ବଡ଼ 10 ରୁ ଅଧିକ ମନ୍ଦିର ଚାରି ଦ୍ୱାର ସିଂହ ଅଶ୍ୱ ବ୍ୟାଘ୍ର ଏବଂ ହସ୍ତୀ ଦ୍ୱାର ତା ସହ ଅରୁଣ ସ୍ତମ୍ବ ଏବଂ ଏକ ଇଞ୍ଚର ପତିତ ପାବନ ବିଗ୍ରହ ବି ଖୋଦିତ ହେଇଚି। ଆଗରୁ ସେ ଏକ ଇଞ୍ଚର ଦୁର୍ଗାଙ୍କର ମୂର୍ତ୍ତି ରାମ ମନ୍ଦିର କରି ଇଣ୍ଡିଆ ଏବଂ ଏସିଆ ବୁକ ଅଫ ରେକର୍ଡ୍ସରେ ନିଜକୁ ଗ୍ରାଣ୍ଡ ମାଷ୍ଟର ଭାବରେ ସ୍ଥାନୀୟ କରିଛନ୍ତି। ଆଜି ଶ୍ରୀମନ୍ଦିର ତିଆରି ପଛରେ ତାଙ୍କୁ ତାଙ୍କ ମାମୁଁ ବାସ୍ତୁବିତ ସାନ୍ୟାସୀ ମହାରଣା ପ୍ରେରଣା ଦେଇଥିବା ସହ ତାଙ୍କ ବାପା ଭଗବାନ ମହାରଣା ଏବଂ ଭାଇ ମନୋଜ ମହରାଣ ସହଯୋଗ କରିଥିଲେ। କରୋନା ମହାମାରୀ ଭିତରେ ଲୋକ ମାନେ ମହାପ୍ରଭୁଙ୍କୁ ଦେଖିବା ପାଇଁ ସୁଯୋଗ ନ ପାଉଥିବା ବେଳେ। ତାଙ୍କ ହାତରେ ତିଆରି ଏହି କୀର୍ତିରାଜିକୁ ସେ ଆମ ରାଜ୍ୟ ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଦେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।

ରିପୋର୍ଟ :ମନୋଜ କୁମାର ପାତ୍ର

LEAVE A REPLY

Please enter your comment!
Please enter your name here