ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ: ଦୁଇ ମୃତ

0
238

ବାଲିଗୁଡ଼ା,(ନ୍ୟୁଜ ଏକ୍ସଟ୍ରା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମାଦିନାଟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାରେ ଦୁଇଜଣ ମୋଟରସାଇକେଲ ଆରୋହୀ ମୃତ୍ୟୁବରଣ କରିଛନ୍ତି । ମୃତକ ଦୁଇଜଣ କୁଟିକିଆ ଅଞ୍ଚଳର ସୁନିଲ ଦିଗାଲ ଓ ସୁମନ୍ତ ପାତ୍ର ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଜଣ ଯୁବକ ବାଲିଗୁଡ଼ାରୁ କୁଟିକିଆ ଯାଉଥିବା ସମୟରେ ବୁଡ୍ରୁକିଆ ପଞ୍ଚାୟତର ମାଦିନାଟ ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଶନିବାର ସକାଳୁ ଘଟଣା ସମ୍ପର୍କରେ ଖବର ପାଇ ବାଲିଗୁଡ଼ା ପୋଲିସ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଶବ ଦୁଇଟିକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି । ବାଲିଗୁଡ଼ା ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଅବ୍ୟାହତ ରଖିଥିବା ବିଷୟ ଜଣାପଡିଛି l

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here