ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ ପାଳିତ

0
230

ଭଞ୍ଜନଗର: ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ ବୁଧବାର ଭଞ୍ଜନଗର ରେ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ ଉତ୍ସବରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ଦିଲୀପ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅବସର ପ୍ରାପ୍ତ ଅଧ୍ୟକ୍ଷ କୃତିବାସ ବିଶାଳ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ଯକ୍ରମରେ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ଥାନା ଅଧିକାରୀ ସୁଦୀପ୍ତ ସାହୁ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପ୍ରଧାନ, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୂଳପାଣି ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଅନୁପମ ବାନାର୍ଜୀ, ଶିବରାମ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବାବୁଲା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ

ରିପୋର୍ଟ :ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here