ଅବକାରୀ ଚଡାଉ ରେ ବିପୁଳ ପରିମାଣର ମଦ ଓ ପୋଚ ଜବତ , ଜଣେ ଗିରଫ

0
333

କୋଷାଗୁମୁଡା ( ନ୍ୟୁଜଏକ୍ସଟ୍ରା ) ନବରଙ୍ଗପୁର ଜିଲ୍ଲା ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳସାମନ୍ତ ଙ୍କ ନିର୍ଦେଶ କ୍ରମେ ନବରଙ୍ଗପୁର ଅବକାରୀ ନିରୀକ୍ଷକ ସୁଧୀର କୁମାର ସାହୁ ଙ୍କ ନେତୃତ୍ୱରେ କୋଡ଼ିଙ୍ଗା ଅବକାରୀ ବିଭାଗ ଚଡାଉ କରି ବିପୁଳ ପରିମାଣରେ ମଦ ଓ ପୋଚ କୁ ନଷ୍ଟ କରାଯିବା ସହ ଏଥିରେ ସମ୍ପୃକ୍ତ ଜଣକୁ ଗିରଫ କରାଯାଇଥିବା ଜଣାପଡିଛି । ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାଇ କୋଷାଗୁମୁଡା ଥାନା ଅନ୍ତର୍ଗତ ଡ଼ଙ୍ଗିରିଗୁଡା , କଦଭଟ୍ଟା , ମିରିମିଣ୍ଡା , ଟେମେରା , କଚେଗୁଡା ଓ ପରଜାଗୁଡା ଗ୍ରାମ ଉପରେ ଚଡାଉ କରାଯାଇ ପ୍ରାୟ ୧୨ ଲିଟର ଦେଶୀ ରନ୍ଧା ମଦ ଓ ପ୍ରାୟ ୪୦୦ ଲିଟର ମହୁଲପୋଚ କୁ ଜବତ କରି ନଷ୍ଟ କରାଯାଇଛି । ଏଥିରେ ସମ୍ପୃକ୍ତ ଡ଼ଙ୍ଗରିଗୁଡା ଗ୍ରାମର ଲିଙ୍ଗେଶ୍ୱର ସେଠିଆ ଙ୍କ ଠାରୁ ୧୨ ଲିଟର ଦେଶୀ ମଦ ଜବତ କରି ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଆଜିର ଏହି ଅବକାରୀ ଚଡାଉରେ କୋଡ଼ିଙ୍ଗା ଅବକାରୀ ଉପନିରୀକ୍ଷକ ହର ପ୍ରସାଦ ରଣା , କୋଡ଼ିଙ୍ଗା ଅବକାରୀ ସହଉପନିରୀକ୍ଷକ ଜଗବନ୍ଧୁ ଯାନୀ , ରାଜେନ୍ଦ୍ର ପଟନାୟକ , ଅମୀୟ ଖାଞ୍ଜା ଅବକାରୀ କନେଷ୍ଟବଳ ଆକ୍ରମ ଖାନ , ଗକୁଳ ନାୟକ , ରୀନା ବଡ଼ନାୟକ , ସଦାଶିବ ଭତରା , ରଞ୍ଜିତ ସିଂ ପ୍ରମୁଖ ସାମିଲ ଥିଲେ ।

ରିପୋର୍ଟ – ଯୋଗେନ୍ଦ୍ର ପ୍ରସାଦ ମହାନ୍ତି

LEAVE A REPLY

Please enter your comment!
Please enter your name here