ଜିଲ୍ଲା ପ୍ରଶାସନ ର ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ

0
383

ଡାବୁଗାଁ( ନ୍ୟୁଜ୍ ଏକ୍ସଟ୍ରା)ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି କମିଟି ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି , କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ରେ ପ୍ରଥମ ଥର କରି ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଲେଯେ ଜିଲ୍ଲାରେ ପ୍ରତ୍ଯେକ ଶିଶୁ ମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରଶାସନ ର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲ୍ଲାରେ ସମସ୍ତ ଶିଶୁ ମାନ ଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁର ଜିଲ୍ଲା କୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ ବୈଠକ ସହାୟକ କରି ପାରିବ ବୋଲି ମତବ୍ୟକ୍ତ କରିବା ସହିତ, ଜିଲ୍ଲାରେ କିଶୋରୀ ମାନଙ୍କୁ ଶସକ୍ତ କରାଇ ବାଲ୍ୟବିବାହ କୁ ରୋକିବା ଉଦେଶ୍ୟ ରେ ଚାଲୁଥିବା ଅନ୍ଵେଷା ଅଭିଯାନ ମାଧ୍ୟମରେ ବ୍ୟାପକ ଜନ ସଚେତନତା କରି ଆସନ୍ତା ମାସକ ମାଧ୍ୟରେ ଜିଲ୍ଲାରେ ଏକ ହଜାର ଗ୍ରାମ କୁ ବାଲ୍ୟ ବିବାହ ମୁକ୍ତ କରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରମ୍ଭରେ ସୂଚନା ଦେଇ କହିଥିଲେ ଯେ ଆଜି ଜିଲ୍ଲାରେ ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି , କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହେଉଛି । ଜିଲ୍ଲାରେ ମୋଟ ୨୦୨ ଗୋଟି ବାଲ୍ୟବିବାହ କୁ ବନ୍ଦ କରାଯିବା ସହିତ ୪୧୪ ଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଭାବରେ ନିଆ ଯାଉଥିବା ପଦକ୍ଷ ଉପରେ ମତବ୍ୟକ୍ତ କରିବା ସହିତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ । ପରେ ପରେ ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହ ର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ ।
ଅନ୍ୟମାଙ୍କ ମଧ୍ୟରେ ଆରକ୍ଷି ଅଧିକ୍ଷକ ପି ଏସେ ପୁରୁଷୋତ୍ତମ ଦାସ , ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ , , ଉପଜିଲ୍ଲାପାଳ ଅଗ୍ରୱାଲ ଅକ୍ଷୟ ସୁନୀଲି, , ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର ଗୈଇ ପାଇ, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହି ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, , ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ , ଜିଲ୍ଲା କର୍ମନିୟୋଜନ ଅଧିକାରୀ ତତ୍ଵମାସି ମହାପାତ୍ର , ଜିଲ୍ଲା ଜରୁରୀ ଅଧିକାରୀ ମୌସୁମୀ ନାୟକ ,ପକଳ୍ପ ପ୍ରଶାସକ ଅଭିମନୁ ମାଝି ,ସିଓ ଓରମାସ ଉମାମହେଶ , ସର୍ବଶିକ୍ଷା ଅଭିଯାନ କୋଡିନେଟର ପ୍ରଦୀପ୍ତ କୁମାର ଷଡଙ୍ଗୀ, ସହାୟକ ସମାଜ କଲ୍ଯାଣ ଅଧିକାରୀ ନରହରି ସିଂ ନେହୁର ଯୁବକେନ୍ଦ୍ର ସଂଯୋଜକ ବି ରମେଶ , ଚାଇଲ୍ଡ ଲାଇନ ଜିଲ୍ଲା ସଂଯୋଜକ ରବୀନ୍ଦ୍ର ପ୍ରଧାନ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ , ଶିଶୁ ଶ୍ରମିକ ନିରାକରଣ ଏବଂ ବାଲ୍ୟ ବିବାହ ର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ ।
ରିପୋର୍ଟ -ଗଗନ ଗନ୍ତାୟତ

LEAVE A REPLY

Please enter your comment!
Please enter your name here