ଷଣ୍ଢମୂଳ ଠାରେ ‘ଆମ ପୋଲିସ ସମିତି’ ବୈଠକ ଅନୁଷ୍ଠିତ

0
285

ବେଗୁନିଆପଡ଼ା: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଷଣ୍ଢମୂଳ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ କୋଦଳା ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତିଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୁଷୋତ୍ତମପୁର ଏସ ଡି ପି ଓ ସୂର୍ଯ୍ୟମଣି ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ସମାଜରେ ଚାଲିଥିବା ବିଭିନ୍ନ ପ୍ରକାର ଅସାମାଜିକ କାର୍ଯ୍ୟ ବିରୋଧରେ ସମସ୍ତେ ସ୍ୱର ଉତ୍ତୋଳନ କରିବା ସହ ପ୍ରତ୍ୟେକ ପରିସ୍ଥିତିରେ ପୋଲିସର ସହାୟତା ନେବା ପାଇଁ ଲୋକଙ୍କୁ କହିଥିଲେ। ପରିବାରରେ ସମସ୍ତଙ୍କ ସହ ସୁସମ୍ପର୍କ ରକ୍ଷାକରିବା ସହ ଛାତ୍ରଛାତ୍ରୀ ଯେପରି କୌଣସି ପରିସ୍ଥିତିରେ ନିଜ ଲକ୍ଷ ବିଚ୍ୟୁତି ନକରନ୍ତି କି କୌଣସି ଅସାମାଜିକ କାର୍ଯ୍ୟରେ ଲିପ୍ତ ନହୁଅନ୍ତି ସେ ଦିଗରେ ବାପା ମା ସତର୍କ ରହିବା ପାଇଁ ଅନୁରୋଧ କରିଥିଲେ। ଏହା ସହିତ ଗାଁରେ ଘଟୁଥିବା ବିଭିନ୍ନ ଆଇନ ଶୃଙ୍ଖଳା ପରିସ୍ଥିତିରେ ପୋଲିସର ସାହାଯ୍ୟ ନେବା ପାଇଁ ସେ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ବେଗୁନିଆପଡା ଫାଣ୍ଡି ଅଧିକାରୀ ସଂଗ୍ରାମ ଦେଉରୀ , ଷଣ୍ଢମୂଳ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରଦ୍ଧାରଞ୍ଜନ ରାୟଙ୍କ ସମେତ ଆମ ପୋଲିସ ସମିତି ସଦସ୍ୟଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ ମାନେ ଯୋଗଦେଇଥିଲେ ।

ରିପୋର୍ଟ:ନ୍ୟୁଜ ଏକ୍ସଟ୍ରା ବ୍ୟୁରୋ

LEAVE A REPLY

Please enter your comment!
Please enter your name here