ଜିଲ୍ଲାପାଳ ନବରଙ୍ଗପୁର ଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭା ଗୃହରେ ବିପର୍ଯ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ

0
315

କୋଷାଗୁମୁଡା ( ନ୍ୟୁଜଏକ୍ସଟ୍ରା ) ଜିଲ୍ଲାପାଳ ନବରଙ୍ଗପୁର ଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭା ଗୃହରେ ସରକାରଙ୍କ ନିର୍ଦ୍ଧେଶ କ୍ରମେ ବିପର୍ଯ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତି ରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଶପଥ ପାଠ କରାଇଥିଲେ। (୧)ଯେକୌଣସି ପ୍ରକାର ବିପର୍ଯ୍ୟୟ ରେ ଧନଜୀବନ କ୍ଷୟକ୍ଷତି କୁ ହ୍ରାସ କରିବା ପାଇଁ ମୁଁ ମୋର ଶକ୍ତି ଓ ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରିବି (୨) ଉଦ୍ଧାର ଓ ରିଲିଫ କାର୍ଯ୍ୟରେ କାର୍ଯ୍ୟରତ କର୍ମଚାରୀ, ବ୍ୟକ୍ତି ବିଶେଷ, ଅନୁଷ୍ଠାନ ଓ ସହଯୋଗୀ ଦଳମାନଙ୍କୁ ସାହାଯ୍ୟ କରିବି (୩) ଲୋକମାନଙ୍କ ମଧ୍ୟରେ ପରିବେଶର ସୁରକ୍ଷା ଓ ବିପର୍ଯ୍ୟୟ ପ୍ରସ୍ତୁତି ନିମନ୍ତେ ସଚେତନତା ବୃଦ୍ଧି କରିବାକୁ ଚେଷ୍ଟା କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରଇତ ସମସ୍ତ ଉପସ୍ଥିତ ପଦାଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ। ଏହି ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ ସମାହୋରରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ଜିଲ୍ଲାପାଳ, ନିର୍ମଳ ନାୟକ, ଅନାମିକା ପାଣ୍ଡେ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୌସୁମୀ ନାୟକ, ସହାୟକ ଜିଲାପାଳ, ବାବୁଲାଲ ସାମଲ, ପୁଷ୍ପାଞ୍ଜଳି ଦଣ୍ଡପାଟ, କମଲେସ ମହନ୍ତ, ଜିଲ୍ଲା କ୍ରୀଡା ଓ ସଂସ୍କୃତି ଅଧିକାରୀ ମହେନ୍ଦ୍ର କୁମାର ସାହୁ, ଜିଲ୍ଲା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଅଧିକାରୀ,ବିଶ୍ୱ ରଞ୍ଜନ ଭୁକ୍ତା, ସେକ୍ସନ ଅଫିସର, ପି ହରି, ଭଗବାନ ପାଣିଗ୍ରାହୀ, ବିଜୟ କୁମାର ବେହେରା, ଧନପତି ନାୟକ, ମାୟାଧର ନାୟକ, ଭି କ୍ରିଷ୍ଣାବେନି, ଅଶୋକ ଚକ୍ରବର୍ତ୍ତୀ, ଦୁର୍ଗମାଧବ ପଣ୍ଡା, ଜିତେନ୍ଦ୍ର ଚୌଧୁରୀ, ଚିତ୍ତରଞ୍ଜନ ପାତ୍ର, ଜୋଛନା ଚୌଧୁରୀ, ସୁରେଶ ପଟନାୟକ, ସତ୍ୟ ନାରାୟଣ ସାହୁ, ନରେନ୍ଦ୍ର ସାହୁ, ରୀନା ରାଣୀ ପାତ୍ର, ବୁଚି ପାତ୍ରଣି, ସନ୍ଦୀପ ନାୟକ ସହିତ ସହିତ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।

ରିପୋର୍ଟ – ଯୋଗେନ୍ଦ୍ର ପ୍ରସାଦ ମହାନ୍ତି

LEAVE A REPLY

Please enter your comment!
Please enter your name here