ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠରେ ପୋଷାକ ବଣ୍ଟନ ମେଳା

0
227

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ର ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠ ରେ ଅକ୍ଟୋବର ୨୯ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ପ୍ରଶନ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ୨୩୫ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା।ଏହି ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଶନ କୁମାର ବେହେରା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି, ଜିଲ୍ଲା ପରିଷଦ ସଦସ୍ୟ ରେବତୀ ମୋହନ ନାୟକ, ସରପଞ୍ଚ ନିତ୍ୟାନନ୍ଦ ପ୍ରଧାନ, ଏସଏମସି ସଭାପତି ଦାଶରଥି ନାୟକ, ସମାଜସେବୀ ବଂଶୀଧର ନାୟକ ଓ କରଚୁଲି ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ଯୋଗଦେଇ ଭଲଭାବେ ପାଠପଢି ଉତ୍ତମ ନାଗରିକ ହୋଇ ସୁନାମ ଅର୍ଜନ କରିବାକୁ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ସିଆରସିସି ସନ୍ତୋଷ କୁମାର ସାହୁଙ୍କ ସମେତ ଶିକ୍ଷାନୁଷ୍ଠାନର ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଓ କର୍ମଚାରୀ ବୃନ୍ଦ ମେଳା ପରିଚାଳନାରେ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here