ଅବକାରୀ ଓ ପୁଲିସର ମିଳିତ ଚଡାଉ , ଜଣେ ଗିରଫ

0
352

କୋଷାଗୁମୁଡା ( ନ୍ୟୁଜଏକ୍ସଟ୍ରା ) ନବରଙ୍ଗପୁର ଜିଲ୍ଲା ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳସାମନ୍ତ ଙ୍କ ନିର୍ଦେଶ କ୍ରମେ ନବରଙ୍ଗପୁର ଅବକାରୀ ନିରୀକ୍ଷକ ସୁଧୀର କୁମାର ସାହୁ ଙ୍କ ନେତୃତ୍ୱରେ କୋଡ଼ିଙ୍ଗା ଅବକାରୀ ବିଭାଗ ଓ କୋଡ଼ିଙ୍ଗା ଥାନା ପୁଲିସ ମିଳିତ ଭାବେ କୋଡ଼ିଙ୍ଗା ଥାନା ଅଞ୍ଚଳରେ ଚଡାଉ କରି ବିପୁଳ ପରିମାଣରେ ମଦ ଓ ପୋଚ କୁ ନଷ୍ଟ କରାଯାଇଥିବା ବେଳେ ଏଥିରେ ସମ୍ପୃକ୍ତ ଜଣକୁ ଗିରଫ କରାଯାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାଇ କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଚିର୍ମା , ଗାଦବାଗୁଡା ,ସର୍ଗିଗୁଡା , ଜବାଗୁଡା , ଭାଲୁଗୁଡା ଗ୍ରାମ ଉପରେ ଚଡାଉ କରାଯାଇ ପ୍ରାୟ ୨୦ ଲିଟର ଦେଶୀ ରନ୍ଧା ମଦ ଓ ପ୍ରାୟ ୧୫୦୦ ଲିଟର ମହୁଲପୋଚ କୁ ଜବତ କରି ନଷ୍ଟ କରାଯାଇଛି । ଏହି କାରବାରରେ ସମ୍ପୃକ୍ତ ସର୍ଗିଗୁଡା ଗ୍ରାମର ପଦ୍ମା ବିଶୋଇଙ୍କ ଠାରୁ ୭ ଲିଟର ଦେଶୀ ମଦ ଜବତ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି । ଆଜିର ଏହି ଅବକାରୀ ଚଡାଉରେ କୋଡ଼ିଙ୍ଗା ଅବକାରୀ ଉପନିରୀକ୍ଷକ ହର ପ୍ରସାଦ ରଣା , କୋଡ଼ିଙ୍ଗା ଅବକାରୀ ସହଉପନିରୀକ୍ଷକ ଜଗବନ୍ଧୁ ଯାନୀ , କୋଡ଼ିଙ୍ଗା ଥାନା ଏଏସଆଇ ମନୋରଞ୍ଜନ ସ୍ୱାଇଁ , ଏଏସଆଇ ଶ୍ରୀ ପ୍ରଧାନ , କୋଡ଼ିଙ୍ଗା ଅବକାରୀ କନେଷ୍ଟବଳ ଆକ୍ରମ ଖାନ , ଦେବେନ୍ଦ୍ର ସମରଥ ଓ କୋଡ଼ିଙ୍ଗା ଥାନା ପୁଲିସ ପ୍ରମୁଖ ସାମିଲ ଥିଲେ ।
ରିପୋର୍ଟ – ଯୋଗେନ୍ଦ୍ର ପ୍ରସାଦ ମହାନ୍ତି

LEAVE A REPLY

Please enter your comment!
Please enter your name here