ମନ୍ଦାର ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳ କର୍ମୀ ସମ୍ମିଳନୀ

0
403

ପୋଲସରା : ପୋଲସରା ବ୍ଲକ ଅନ୍ତର୍ଗତ ମନ୍ଦାର ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ନଭେମ୍ବର ୧୬ ତାରିଖ ଦିନ ହାତୀଓଟ ଗ୍ରାମର ପଞ୍ଚମୁଖୀ ହନୁମାନ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମୀ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇଥିବା ବେଳେ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କୁ ଦୃଷ୍ଟିରେ ରଖି ସଙ୍ଗଠନକୁ ସୁଦୃଢ କରିବାକୁ ଆଲୋଚନା ହୋଇଥିଲା। ଏଥିସହ ଅଞ୍ଚଳରେ ରହିଥିବା ଅଭାବ ଅସୁବିଧା ବିଷୟ ନେଇ ମଧ୍ୟ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଏହି କର୍ମୀ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଳକ ବିଜେଡି ସମ୍ପାଦକ ଅଶୋକ କୁମାର ବିଷୋୟୀ, ମନ୍ଦାର ପଞ୍ଚାୟତର କାର୍ତ୍ତିକ ଜେନା, ପୂର୍ଣ୍ଣଚନ୍ଦ୍ର ବିଷୋୟୀ, ସୁଜିତ ବିଷୋୟୀ, ମନ୍ଦାର ପଞ୍ଚାୟତ ବିଜେଡି ସଭାପତି କାଳୀଚରଣ ନାୟକ, ସରପଞ୍ଚ ଧରଣୀଧର ନାୟକ, ଧ୍ରୁବ ନାୟକ ପ୍ରମୁଖଙ୍କ ସମେତ ବହୁ ବିଜେଡି କର୍ମୀ ଯୋଗଦେଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here