ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଫୁଲବାଣୀ ଗସ୍ତକୁ ନେଇ ବିଜେଡିର ବୈଠକ

0
225

କନ୍ଧମାଳ,(ନ୍ୟୁଜ ଏକ୍ସଟ୍ରା):ଚଳିତ ମାସ ୨୨ ତାରିଖରେ ଫୁଲବାଣୀ ଗସ୍ତରେ ଆସୁଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଦିନିକିଆ ଗସ୍ତରେ ଫୁଲବାଣୀ ଆସିବେ । ହେଲିକପ୍ଟର ଯୋଗେ ଆସି ଫୁଲବାଣୀ ଷ୍ଟାଡିୟମରେ ଓହ୍ଲାଇବେ । ସେଠାରେ ଆୟୋଜିତ ଏକ ବିରାଟ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେବେ । କାର୍ଯ୍ୟକ୍ରମରେ ଫୁଲବାଣୀରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ବଣ୍ଟନ କରିବା ସହ ବିଭିନ୍ନ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଜିଲ୍ଲା ବିଜେଡି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ସେ ନେଇ ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନଠାରେ ଦଳ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here